16.1 C
Bhubaneswar
Friday, January 28, 2022
Homeଓଡିଶା୩୦ରୁ ୪୦କିମି ବେଗରେ ପବନ ବହିବା ଆଶଙ୍କା

୩୦ରୁ ୪୦କିମି ବେଗରେ ପବନ ବହିବା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଦୁଇ ଦିନ ଧରି ବର୍ଷା ଲାଗି ରହିଛି । ଶୀତ ସାଙ୍ଗକୁ ବର୍ଷା ମାଡ଼ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି । ବିହାର ଓ ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ କୋହାଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ବାହାରକୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପୁରୀ, ଢ଼େଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ , କେନ୍ଦୁଝର, ମୟୁରଭଞ୍ଜ ଆଦି ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁରର ଆଦି କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ର ଆଶଙ୍କା ରହିଛି ।
ସୂଚନାନୁସାରେ, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଘଡ଼ଘଡ଼ି ଓ କୁଆପଥର ନେଇ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି- ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ । ସେହିପରି ୧୩ଟି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ । ତେବେ ଆକାଶରୁ ମେଘ ଛାଡ଼ି ଗଲା ପରେ ଗୋଟିଏ ଦୁଇଟି ସ୍ଥାନରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀକୁ ହ୍ରାସ ପାଇବାର ସମ୍ଭାବନା ରହିଛି ।”
୯ ତାରିଖ ଅପରାହ୍ନଠାରୁ ପାଗରେ ପରିବର୍ତ୍ତନ ଆସିବ । ବର୍ଷା କମିବା ସହ କୁହୁଡ଼ି ବଢ଼ିବ । ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୯ ଓ ୧୦ ତାରିଖରେ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହେବ । ଏଥିସହ ୧୦ ଓ ୧୧ ତାରିଖରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଅନୁଗୁଳ, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବ । ତେଣୁ ସତର୍କତା ଅବଲମ୍ବନ କରିବାକୁ ଗାଡ଼ି ଚାଳକଙ୍କୁ ପରାମର୍ଶ ଦିଆଯାଇଛି । ଆସନ୍ତା ୨ ଦିନ ଯାଏ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ତେବେ ଏହାପରେ ତାପମାତ୍ରା ଲଗାତାର ଭାବେ ୨ରୁ ୪ ଡିଗ୍ରି କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking