28.1 C
Bhubaneswar
Wednesday, May 22, 2024
Homeଓଡିଶାବରଯାତ୍ରୀ ବସ୍ ଓଲଟି ୮ ଆହତ

ବରଯାତ୍ରୀ ବସ୍ ଓଲଟି ୮ ଆହତ

ଜଗତସିଂହପୁର : ରାସ୍ତାକଡ଼କୁ ଓଲଟିଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ତିହୁଡି ନହରଣା ମୁଖ୍ୟରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତକାଲି ବିଳମ୍ବିତ ରାତିରେ ବାବାମଣି ନାମକ ଏକ ବସ୍ ବରଯାତ୍ରୀଙ୍କୁ ଧରି ବାଲିକୁଦାରୁ ଧନୁହରବେଲାରୀ ଫେରୁଥିଲା। ତିହୁଡି ନହରଣା ମୁଖ୍ୟରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୮ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ମାନଙ୍କୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ବାଲିକୁଦା ପୁଲିସ ଘଟଣାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking