26.1 C
Bhubaneswar
Tuesday, May 7, 2024
Homeଓଡିଶାଗଭୀର ଅବପାତରେ ପରିଣତ ହେବ ଲଘୁଚାପ!

ଗଭୀର ଅବପାତରେ ପରିଣତ ହେବ ଲଘୁଚାପ!

ଭୁବନେଶ୍ୱର: ୱେଲ୍ ମାର୍କ୍ଡ ଲୋ ପ୍ରେସରରେ ପରିଣତ ହୋଇଛି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ ଲଘୁଚାପ । ଆସନ୍ତା କାଲି ସକାଳ ବେଳକୁ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିବ । ଅତି ପ୍ରବଳ ବର୍ଷା ନେଇ ଗଂଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ପ୍ରବଳ ବର୍ଷା ନେଇ ଅନ୍ୟ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ,ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ ଓ କାଲକାନଗିରି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।

ତେବେ ଆଗାମୀ ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ଦେଇ ଲଘୁଚାପ ଗତି କରିବ । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । କାଲି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking