ଭୁବନେଶ୍ୱର : ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଜ୍ୟ ସରକାର ଆଜି ଅପରାହ୍ନରୁ ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଶ୍ରୀ ତ୍ରିପାଠୀଙ୍କୁ ବିଜେଡି ସରକାର ୨୦୨୦ ଡିସେମ୍ବର ମାସରେ ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରେ ଥଇଥାନ କରିଥିଲେ । ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ଅପରାହ୍ନରୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ତେବେ ଶ୍ରୀ ତ୍ରିପାଠୀ ରାଜ୍ୟ ସରକାରଙ୍କୁ କେବେ ନିଜର ଇସ୍ତଫା ପତ୍ର ପଠାଇଥିଲେ ତାହା ଜଣାପଡ଼ିନି ।










