29.1 C
Bhubaneswar
Sunday, March 16, 2025
Homeଓଡିଶାଜଳୁଛି ପଶ୍ଚିମ ଓଡ଼ିଶା: ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

ଜଳୁଛି ପଶ୍ଚିମ ଓଡ଼ିଶା: ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ବର: ହୋଲିରେ ଜଳୁଛି ପଶ୍ଚିମ ଓଡ଼ିଶା । ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା । ଆଜି ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ୪୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଗତକାଲି ଏହି ସମୟରେ ୪୦ ଡିଗ୍ରୀ ଥିଲା ତାପମାତ୍ରା । ହେଲେ ଆଜି ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି । ସେହିପରି ଝାରସୁଗୁଡ଼ାରେ ୪୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ବରରେ ୩୮.୪ ଡିଗ୍ରୀ, କେନ୍ଦୁଝରରେ ୩୮ ଡିଗ୍ରୀ ଓ ଚାନ୍ଦବାଲିରେ ୩୭.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଆଜି ପାଇଁ ଯେଉଁସ୍ଥାନରେ ତାପମାତ୍ରା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିଲା, ସେଠାରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଜି ଓ ଆସନ୍ତାକାଲି ପାଇଁ ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking