27.1 C
Bhubaneswar
Wednesday, July 9, 2025
Homeଓଡିଶାସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ କହିଲେ ଏମିତି

ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ କହିଲେ ଏମିତି

ଭୁବନେଶ୍ୱର: କରୋନା ଯୋଗୁଁ ବନ୍ଦ ପଡିଛି ଶିକ୍ଷାନୁଷ୍ଠାନ । ଅନେକ ରାଜ୍ୟ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଓଡିଶାରେ ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର କରାଯିବ । ଅକ୍ଟୋବରର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ । ଆସନ୍ତା ୨୬ରେ ଦୁର୍ଗାପୂଜା । ଅର୍ଥାତ ଅକ୍ଟୋବରରେ ଖୋଲିବ ନାହିଁ । ଅକ୍ଟୋବର ମାସର ସ୍ଥିତି ଦେଖି ସ୍କୁଲ ଖୋଲିବାକୁ ବିଚାର କରାଯିବ । ଅକ୍ଟୋବର ଶେଷ ସପ୍ତାହରେ ଏନେଇ ରାଜ୍ୟ ସରକାର ବିଚାର କରିବେ । ସ୍କୁଲ ଖୋଲିବାର ଆବଶ୍ୟକତା ଅଛି, ଏଥିରେ ସନ୍ଦେହ ନାହିଁ । ତେବେ ଆମ ପାଇଁ ପିଲାଙ୍କ ସ୍ୱାସ୍ଥ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।’

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking