40.1 C
Bhubaneswar
Thursday, April 25, 2024
HomeUncategorizedସୁଭାଷଙ୍କ ମନର ବିଦ୍ରୋହତା କଣ ଥିଲା

ସୁଭାଷଙ୍କ ମନର ବିଦ୍ରୋହତା କଣ ଥିଲା

ଭୁବନେଶ୍ୱର, (ଓଏନଏ): ନେତାଜୀଙ୍କୁ ୫ ବର୍ଷ ସମୟରେ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଶ୍ଟାଣ୍ଡ ସ୍କୁଲରେ ନାମ ଲେଖାଇଥିଲେ । ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ ପ୍ରୋଟେଷ୍ଟାଣ୍ଡ ସ୍କୁଲର ନିୟମ ଅନୁସାରେ ଭାରତରେ ଜନ୍ମ ଗ୍ରହଣ କରିଥିବା ଯେଉଁ ଛାତ୍ର ଯେତେ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ସେମାନଙ୍କୁ ଅନେକ ବୃତ୍ତି ଦେବା କ୍ଷେତ୍ରରେ ପାତର ଅନ୍ତର ପ୍ରଥା ଅବଲମ୍ବନ କରାଯାଉଥିଲା । ତାହା ହିଁ ଥିଲା ସୁଭାଷଙ୍କ ମନର ବିଦ୍ରୋହତା । ପିତା ସୁଭାଷଙ୍କର ମନକଥା ବୁଝି ତାଙ୍କ ଶିକ୍ଷାକୁ ଦେଶୀୟ ହିସାବରେ ଶିକ୍ଷାଦାନ ନିମନ୍ତେ ୧୯୦୯ ମସିହାରେ ପରବର୍ତ୍ତୀ ଶିକ୍ଷା ବ୍ୟବସ୍ଥା ରେଭେନ୍ସା କଲେଜିଏଟ ସ୍କୁଲରେ ନାମ ଲେଖାଇଥିଲେ ।
୧୯୦୮ ମସିହା ଅଗଷ୍ଟ ମାସ ୧୧ ତାରିଖ ଦିନ ଖୁଦୀରାମଙ୍କୁ ଇଂରେଜ ସରକାରଙ୍କ ଦ୍ୱାରା ଫାଶି ଦିଆଯାଇଥିଲା । ସୁଭାଷଙ୍କ ପ୍ରତି ଏହାର ପ୍ରଭାବ ପଡିଲା । ଛାତ୍ର ଜୀବନ କାଳରେ ୧୯୧୧ ମସିହାରେ ସୁଭାଷ ହେଲେ ବିଶ୍ୱବିଦ୍ୟାଳୟର ଶ୍ରଦ୍ଧାର ପାତ୍ର । ଜଣେ ଦକ୍ଷ ସଂଗଠକ, ସୁଭାଷ ବୋଷଙ୍କ ଦ୍ୱାରା ଖୁଦିରାମଙ୍କର ସ୍ମୃତି ବାର୍ଷିକ ପାଳନ କରାଗଲା । ପୁନଶ୍ଚ ୧୯୧୧ ମସିହା ଅଗଷ୍ଟ ମାସରେ ରେଭେନ୍ସା କଲେଜିଏଟ ସ୍କୁଲ ଛାତ୍ରାବାସରେ ଚୁଲି ଜଳାଗଲା ନାହିଁ । ସମସ୍ତେ ଉପବାସ ରହି ତାହା ପାଳନ କଲେ । ସ୍ମୃତି ସଭାରେ ସୁଭାଷଙ୍କର ବକ୍ତୃତା ସମସ୍ତ ମର୍ମସ୍ପର୍ଶୀ ହେଲା । ସେ ଦିନ ସୁଭାଷ ତାଙ୍କର ସମସ୍ତ ଛାତ୍ର ବନ୍ଧୁଙ୍କୁ ଉଦବୋଧନ ଦେଇ କହିଥିଲେ, ଦେଶର ଲୋକମାନଙ୍କୁ ଦେଶାତ୍ମକ କରିବାକୁ ହେଲେ ସେମାନଙ୍କୁ ଦେଶାତ୍ମକ ଧର୍ମରେ ଦୀକ୍ଷିତ କରିବାକୁ ପଡିବ ।
ସହୀଦ ଖୁଦୀରାମଙ୍କ ସ୍ମୃତି ଦିବସ ପାଳନ ହେବାର ସମ୍ବାଦ ଇଂରେଜ ସରକାରଙ୍କ ନିକଟକୁ ପହଂଚିଲା । ସେଥିପାଇଁ ଜିଲ୍ଲା ମାଜିଷ୍ଟ୍ରେଟଙ୍କ କେତେକ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡିଥିଲା ପ୍ରଧାନ ଶିକ୍ଷକ ବେଣିମାଧବ ଦାସଙ୍କୁ । ଏହି କାରଣରୁ ବେଣୀମାଧବ ଦାସଙ୍କ ନଦୀଆ ଜିଲ୍ଲା ଅନ୍ତର୍ଗତ କୃଷ୍ଣଗେରକୁ ଯିବାକୁ ଆଦେଶ ଆସିଲା । ଶିକ୍ଷକଙ୍କ ବଦଳିର ଆଦେଶ ଶୁଣି ଚୁପ ରହିପାରିଲେ ନାହିଁ । ସମସ୍ତ ଛାତ୍ରମାନଙ୍କୁ ନେଇ ଆନ୍ଦୋଳନ କରିଥିଲେ ମଧ୍ୟ ଶେଷରେ ଶିକ୍ଷକଙ୍କ ବଦଳି ହୋଇଥିଲା । ୧୯୧୩ ମସିହାରେ ସୁଭାଷଙ୍କର ମେଟ୍ରିକୁଲେସନ ପରୀକ୍ଷା ଫଳ ପ୍ରକାଶ ପାଇଲା । ସୁଭାଷ ସମସ୍ତଙ୍କ ମଧ୍ୟରେ ଦିତୀୟ ସ୍ଥାନ ଅଧିକାର କରିଥିଲେ । ପିତା ଜାନକୀନାଥଙ୍କ ଇଛାରେ ୧୯୧୩ ମସିହାରେ ସେ କଲିକତା ବଙ୍ଗଳା ଶ୍ରେଷ୍ଠ କଲେଜ ପ୍ରେସିଡେନ୍ସି କଲେଜରେ ଯୋଗ ଦେଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking