30.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ସରିବ ଲକଡାଉନ୍ ଅବଧି : କାଲିଠୁ କ’ଣ ରହିବ ଜୁଲାଇ ଗାଇଡଲାଇନ ?

ଆଜି ସରିବ ଲକଡାଉନ୍ ଅବଧି : କାଲିଠୁ କ’ଣ ରହିବ ଜୁଲାଇ ଗାଇଡଲାଇନ ?

ଭୁବନେଶ୍ୱର : ଆଜି ଲକଡାଉନ୍ ଅବଧିର ଶେଷ ଦିନ । ଆସନ୍ତାକାଲି ସକାଳ ୬ଟାରେ ଶେଷ ହେଉଛି ଲକଡାଉନ୍ ଅବଧି । ତେବେ ଲକଡାଉନ୍ ଅବଧି ବଢିବ ନା ସରକାର କୋହଳ କରିବେ ଏହାର ସମୟସୀମା ? ପ୍ରାୟ ଦୁଇ ମାସର ଲକଡାଉନ୍, ସପ୍ତାହାନ୍ତ ସଟ୍ଡାଉନ୍ ଓ ପୁଣି ଆଂଶିକ ଲକଡାଉନ ପରେ ଏବେ ସମସ୍ତଙ୍କ ନଜର ଜୁଲାଇ ଗାଇଡ୍ଲାଇନ୍ ଉପରେ। ଆସନ୍ତାକାଲି ଆଂଶିକ ଲକଡାଉନ ଅବଧି ଶେଷ ହେଉଥିବାରୁ କେଉଁ ଜିଲ୍ଲାରେ କଟକଣା ଅଧିକ କୋହଳ ହେବ, ନୂଆ ନିୟମାବଳୀ କଣ ହେବ, ତା ଉପରେ ବିଚାର ବିମର୍ଷ ଚଳାଇଛି ସ୍ୱାସ୍ଥ୍ୟ ବିଭାଗ। ଏବେ ବି ୧୦ଟି ଜିଲ୍ଲାରେ ଟେଷ୍ଟ ପଜିଟିଭିଟି ରେଟ୍ ୫ ପ୍ରତିଶତ ଉପରେ ରହିଛି।

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ ଜିଲ୍ଲାକୁ କାଟାଗୋରୀ ‘ଏ’ରେ ରଖି ସକାଳୁ ୬ରୁ ସଂଧ୍ୟା ୫ ଯାଏଁ ସବୁ ଦୋକାନ ଖୋଲିବାକୁ ଯେପରି ଅନୁମତି ଦିଆ ଯାଇଥିଲା। ସେହି ଫର୍ମୁଲା ଉପକୂଳ ଓଡ଼ିଶାରେ ଲାଗୁ ହେବାର ସମ୍ଭାବନା ରହିଛି। ବିଭିନ୍ନ ରାଜ୍ୟରେ ୫୦ ପ୍ରତିଶତ ଲୋକଙ୍କୁ ନେଇ ଜିମ୍, ମଲ୍ ଓ ବସ୍ ସେବାକୁ ଅନୁମତି ମିଳିିଥିବାରୁ ଜୀବୀକାକୁ ଆଖି ଆଗରେ ରଖି ଆମ ରାଜ୍ୟରେ ବି ସେହି ଲାଇନ୍‌ରେ ନିଷ୍ପତ୍ତି ନିଆ ଯାଇପାରେ । ତେବେ ପଜିଟିଭିଟି ରେଟ୍ ଅଧିକ ରହୁଥିବା ଜିଲ୍ଲାଗୁଡ଼ିକରେ ନାଇଟ୍ କର୍ଫ୍ୟୁ ଓ ସପ୍ତାହାନ୍ତ ସଟଡାଉନ୍ ଜାରି ରହିପାରେ। କିମ୍ବା ସମସ୍ତ ଜିଲ୍ଲାକୁ ହାଇରିସ୍କ, ମୋଡେରେଟ୍ ରିସ୍କ ଓ ଲୋ ରିସ୍କରେ ବିଭକ୍ତ କରି ଅଲଗା ଅଲଗା ନିୟମାବଳୀ ଲାଗୁ କରାଯାଇପାରେ। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକରେ ପଜିଟିଭିଟି ରେଟ୍ ବହୁତ କମ୍ ରହିଛି ସେଠାରେ ନିୟମ ଅଧିକ କୋହଳ କରାଯିବାର ସମ୍ଭାବନା ରହିଛି । ସେପଟେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କିନ୍ତୁ ଚେତାଇ ଦେଇଛନ୍ତି ସଂକ୍ରମଣ କମୁଥିଲେ ବି ଆଶଙ୍କା ଦୂର ହୋଇନି। ନିୟମ ନମାନିଲେ ପଜିଟିଭ୍ ସଂଖ୍ୟା ବଢିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking