28.1 C
Bhubaneswar
Friday, April 26, 2024
Homeଓଡିଶାକେବେ ପାଳନ କରାଯାଏ ଦୀପାବଳି

କେବେ ପାଳନ କରାଯାଏ ଦୀପାବଳି

ଭୁବନେଶ୍ୱର : ଦୀପାବଳି ଏକ ଭାରତୀୟ ପର୍ବ । ଏହା ଆଲୋକର ପର୍ବ ଭାବରେ ପାଳନ କରାଯାଇଥାଏ । ଏହି ପର୍ବ ନାନାଦି କାରଣ ହେତୁ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନଙ୍କ ପାଇଁ ଦୀପାବଳି ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ ।

ଉତ୍ପତ୍ତି
ନାନା ପୌରାଣିକ ମତବାଦ, ସଂଯୋଗ ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡ଼େ ଏହା ଏକ କୃଷିଭିତ୍ତିକ ବିଧି । ଯାହା ପ୍ରାଚୀନ କଳିଙ୍ଗର ତାର କୃଷିକ୍ଷେତ୍ର ଓ ତତସହିତ ପୁରପଲ୍ଲୀରେ ପୋକ ନିୟନ୍ତ୍ରଣ ପାଇଁ ଆୟୋଜନ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶା ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପରିକ ଚାଷ ପ୍ରଣାଳୀ ମଧ୍ୟ ବିଜ୍ଞାନ ସମ୍ମତ । ପୂର୍ବକାଳର ରୋଗପୋକ ନିୟନ୍ତ୍ରଣ ପଦ୍ଧତି ଅତି ଉତ୍କୃଷ୍ଟ ଥିଲା ବୋଲି ଆମେରିକାର ଗବେଷକ ଉପନୀତ ହୋଇଛନ୍ତି । ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକମାନେ ମତ ଦିଅନ୍ତି । ଏ ଦୁଇଟି ଉପାୟ ଏବେ ସୁଦ୍ଧା ବୈଜ୍ଞାନିକଙ୍କଦ୍ୱାରା ସର୍ବୋତ୍କୃଷ୍ଟ ବିବେଚିତ ହୋଇଛି ।

ଅମଳ ଋତୁ ଉପନୀତ ହୁଅନ୍ତେ ଶସ୍ୟକ୍ଷେତ୍ର ସମେତ ଜନବସତିରେ କୀଟ ପତଙ୍ଗଙ୍କ ସଂଖ୍ୟା ବୃଦ୍ଧି ପାଏ । କାର୍ତ୍ତିକ ମାସର ଅମାବାସ୍ୟା ଆଡକୁ ଏମାନଙ୍କ ସଂଖ୍ୟା ଏତେ ବୃଦ୍ଧି ପାଏ ଯେ ବିଶେଷ କରି ରାତ୍ରୀ ସମୟରେ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼େ । ଅମାବାସ୍ୟା ପୂର୍ବ ପରକୁ ମିଶାଇ ପାଞ୍ଚ ଦିନ ମଶାଲ, ଦିହୁରୀ, ଦୀପ, ଲଣ୍ଠନ ଆଦି ଜଳାଇ ପୋକଙ୍କୁ ଆକୃଷ୍ଟ କରି ଦମନ କରାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking