16.1 C
Bhubaneswar
Monday, January 12, 2026
Homeଦୁର୍ଗା ପୂଜା - 2024କେବେ ଆରମ୍ଭ ହୋଇଥିଲା ଦୁର୍ଗା ପୂଜା ?

କେବେ ଆରମ୍ଭ ହୋଇଥିଲା ଦୁର୍ଗା ପୂଜା ?

ଭୁବନେଶ୍ୱର : ଦୁର୍ଗା ପୂଜା ଓଡ଼ିଶାର ଏକ ପ୍ରମୁଖ ପର୍ବ। ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ କୁହାଯାଏ। ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ। ଏହା ବିଭିନ୍ନ ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ। ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ। ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜା କୁହାଯାଏ। ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୌଣସି ଅନିଷ୍ଟ ହୁଏ ନାହିଁ। ମାର୍କଣ୍ଡେୟ ପୁରାଣ ଅନୁସାରେ ଚେଦି ସାମ୍ରାଜ୍ୟର ରାଜା ଖ୍ରୀ:ପୂ ୩୦୦ରେ ଦୁର୍ଗାପୂଜା ଆରମ୍ଭ କରିଥିଲେ। କିନ୍ତୁ ଐତିହାସିକ ଉଦାହରଣରୁ ଜାଣିବାକୁ ମିଳେ ଯେ ଚୈତନ୍ୟ ମହାପ୍ରଭୁ ପ୍ରାୟ ୪୦୦ ବର୍ଷ ପୂର୍ବେ କଟକରେ ଏହି ପୂଜା ଆରମ୍ଭ କରିଥିଲେ। ଚୈତନ୍ୟଦେବ ନଦିଆଠାରୁ ବାହାରି ବାଟରେ ରହି ରହି ଆସୁଥିଲେ। କଟକ ରହଣି କାଳରେ ସେ ସ୍ଥାନୀୟ ବିନୋଦବିହାରୀ ପୀଠରେ ରହି ୧୫୦୯ ମସିହାରେ ପ୍ରଥମେ ମା’ଙ୍କ ଘଟପୂଜା ଆରମ୍ଭ କରିଥିଲେ। ଚୈତନ୍ୟ ଦେବଙ୍କ ସହିତ ଆସିଥିବା ଅନୁଗାମୀମାନଙ୍କ ମଧ୍ୟରୁ କେତେଜଣ ଏହି ପୂଜାକୁ ସାର୍ବଜନୀନ କରିବା ପାଇଁ ମା’ଙ୍କ ମୂର୍ତ୍ତି ପୂଜା ଆରମ୍ଭ କଲେ। ୧୮୩୨ ମସିହାରେ କାଜିବଜାରର କେତେକ ଓଡ଼ିଆ ଓ ବେଙ୍ଗଲୀ କର୍ମଜୀବୀ ଯେଉଁମାନେ ଇଂରେଜ ସରକାରଙ୍କ ଇଷ୍ଟ୍‌ ଇଣ୍ଡିଆ କମ୍ପାନୀରେ କାମ କରୁଥିଲେ ସାର୍ବଜନୀନ ଭାବେ ମା’ଙ୍କ ମୂର୍ତ୍ତି ପୂଜାକଲେ। ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗା ପୂଜାକୁ ବିଜୟାଦଶମୀ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ଦଶହରା ବୋଲି କୁହାଯାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking