30.1 C
Bhubaneswar
Tuesday, May 21, 2024
Homeପଣା ସ୍ରଂକାନ୍ତି - ୨୦୨୪କାହିଁକି ପାଳନ କରାଯାଏ ପଣା ସଂକ୍ରାନ୍ତି?

କାହିଁକି ପାଳନ କରାଯାଏ ପଣା ସଂକ୍ରାନ୍ତି?

ଭୁବନେଶ୍ୱର : ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ଏହିଦିନଠାରୁ ନୂଆ ପାଞ୍ଜି ପ୍ରଚଳନ ହୁଏ। ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ ଓ ୧୨ ରାଶିରେ ବିଭକ୍ତ କରାଯାଇଥାଏ । ତେଣୁ ମେଷ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ଦିନ ବୋଲି ଗ୍ରହଣ କରାଯାଏ। ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି। ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହେଉଥିବାରୁ ସୂର୍ଯ୍ୟକିରଣ ପ୍ରଖର ହେବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ। ଧର୍ମଶାସ୍ତ୍ରଗୁଡ଼ିକରେ ଉଲ୍ଲେଖ ଅଛି, ସୂର୍ଯ୍ୟଙ୍କ ଉତ୍ତରାୟଣ କାଳରେ ମଣିଷର ମୃତ୍ୟୁ ଘଟିଲେ ମୋକ୍ଷ ପ୍ରାପ୍ତି ହୁଏ। ତେଣୁ ସୂର୍ଯ୍ୟଙ୍କର ଉତ୍ତରାୟଣ କାଳ ହେଉଛି ଅତ୍ୟନ୍ତ ପବିତ୍ର ସମୟ। ଓଡ଼ିଆ ଜନଜୀବନରେ ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିର ସ୍ଥାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସଂକ୍ରାନ୍ତି ଦିନଠାରୁ ବୃକ୍ଷଜଗତ ଓ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହାକୁ ଅନ୍ୟ ଭାବରେ କେହି କେହି ଜଳ ସଂକ୍ରାନ୍ତି ବୋଲି କହିଥା’ନ୍ତି। ଏହି ଦିନରୁ ବାୟୁର ଗତି ପ୍ରଖର ହୋଇଥାଏ ଏବଂ କିଛି ଆଧ୍ୟାତ୍ମିକ ଶ୍ରଦ୍ଧାଳୁ ବ୍ରାହ୍ମଣ ବା ଯାଚକମାନଙ୍କୁ ସୂର୍ଯ୍ୟଦେବଙ୍କ କୋପରୁ ରକ୍ଷା କରିବା ପାଇଁ ସେମାନଙ୍କୁ ତାଳପତ୍ରରେ ତିଆରି ଛତ୍ର ବା କଠଉ ପାଦୁକା ପ୍ରଦାନ କରିଥାଆନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking