39.2 C
Bhubaneswar
Thursday, April 18, 2024
Homeଉତ୍କଳ ଦିବସ -୨୦୨୩କାହିଁକି ପାଳନ କରାଯାଏ ଉତ୍କଳ ଦିବସ?

କାହିଁକି ପାଳନ କରାଯାଏ ଉତ୍କଳ ଦିବସ?

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଓଡିଶା । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି, ସେମାନଙ୍କୁ ଆଜି ସମସ୍ତେ ମନେ ପକାଉଛନ୍ତି । ୧୯୩୬ ପୂର୍ବରୁ ଓଡିଶା ସ୍ୱତନ୍ତ୍ର ରାଜ୍ୟ ନଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ , ଦକ୍ଷିଣରେ ଗଞ୍ଜାମ, ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା , ହେଲେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଘଂର୍ଷରେ ୧୯୦୩ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ । ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking