39.1 C
Bhubaneswar
Friday, April 26, 2024
Homeଓଡିଶାଅକ୍ଷୟ ତୃତୀୟା କଣ୍ ପାଇଁ ପାଳନ କରାଯାଏ

ଅକ୍ଷୟ ତୃତୀୟା କଣ୍ ପାଇଁ ପାଳନ କରାଯାଏ

ଭୁବନେଶ୍ୱର: ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking