40.1 C
Bhubaneswar
Thursday, April 25, 2024
Homeରାମ ନବମୀରାମ ନବମୀ କ'ଣ ପାଇଁ ପାଳନ କରାଯାଏ

ରାମ ନବମୀ କ’ଣ ପାଇଁ ପାଳନ କରାଯାଏ

ଭୁବନେଶ୍ୱର:  ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ ।

ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking