34.1 C
Bhubaneswar
Thursday, October 1, 2026
Homeଓଡିଶାସମାଧାନ ହେବ କି ମହାନଦୀ ଜଳ ବିବାଦ? ଆଜି ଶାହଙ୍କ ଅଧ୍ୟକ୍ଷତାରେ ହେବ ଦିଲ୍ଲୀରେ ବଡ଼...

ସମାଧାନ ହେବ କି ମହାନଦୀ ଜଳ ବିବାଦ? ଆଜି ଶାହଙ୍କ ଅଧ୍ୟକ୍ଷତାରେ ହେବ ଦିଲ୍ଲୀରେ ବଡ଼ ବୈଠକ

ଭୁବନେଶ୍ୱର: ସମାଧାନ ହେବ କି ମହାନଦୀ ଜଳ ବିବାଦ? ଜଳ ବିବାଦର ସମାଧାନ ପାଇଁ ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ବଡ଼ ବୈଠକ ହେବ। ଆଉ ଏହି ବୈଠକରେ ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ଅଧିକାରୀ ଓ ବୈଷୟିକ ଟିମ୍ ମଧ୍ୟ ଆଲୋଚନାରେ ଭାଗ ନେବେ । ଅପରାହ୍ନ ୪ଟାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମହାନଦୀ ଜଳର ବଣ୍ଟନ, ପରିଚାଳନା ଓ ଉଭୟ ରାଜ୍ୟ ମଧ୍ୟରେ ଥିବା ଦୀର୍ଘଦିନର ମତଭେଦକୁ ନେଇ ଆଲୋଚନା ହେବ।କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଓ ସେଣ୍ଟ୍ରାଲ ୱାଟର କମିସନ୍‌ର ବୈଷୟିକ ତଥ୍ୟ ମଧ୍ୟ ଆଲୋଚନାର ଆଧାର ହୋଇପାରେ। ଉଲ୍ଲେଖ ଥାଉ କି ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘଦିନ ଧରି ମତଭେଦ ରହିଆସିଛି। ଉପରମୁଣ୍ଡରେ ନିର୍ମାଣ ଏବଂ ଜଳ ନିୟନ୍ତ୍ରଣ ଯୋଗୁଁ ଓଡ଼ିଶାକୁ ତଳମୁଣ୍ଡରେ ଜଳ ପ୍ରବାହ ପ୍ରଭାବିତ ହେଉଥିବା ନେଇ ଆପତ୍ତି ଉଠାଇଆସିଛି। ଏହି ବିବାଦ ୨୦୧୮ରୁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking