37.1 C
Bhubaneswar
Sunday, April 28, 2024
Homeଓଡିଶାତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବୁ:ପ୍ରଣବ ପ୍ରକାଶ

ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବୁ:ପ୍ରଣବ ପ୍ରକାଶ

ଭୁବନେଶ୍ବର: ରାଜ୍ୟରେ ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ଚର୍ଚ୍ଚାର ଅବସାନ ଘଟିଛି । ମେଣ୍ଟ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା ଆସିବା ପରେ ସ୍ପଷ୍ଟୀକରଣ ରଖିଛି ବିଜୁ ଜନତା ଦଳ । ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ Xରେ ରଖିଛନ୍ତି ସ୍ପଷ୍ଟ ମତ । ଦଳ ସବୁ ଆସନରେ ଲଢ଼ି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ପ୍ରଣବ କହିଛନ୍ତି ।ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଲେଖିଛନ୍ତି, “ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ । ସେହିପରି ସମସ୍ତ ୨୧ଟି ଲୋକସଭା ର୍ନିବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ ଦଳ । ଏହା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବିଜେଡି ସହ ଅଛି । ଏହି ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି ।”ପ୍ରଣବ ଆହୁରି ମଧ୍ୟ କହିଛନ୍ତି ,”ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ବିଜେଡିର ଅଛି । ଏହା ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ । ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ । ଆମର ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ।” ସେପଟେ ପ୍ରଣବଙ୍କ ଟ୍ବିଟକୁ ସାଂସଦ ମାନସ ମଙ୍ଗରାଜ ରିପୋଷ୍ଟ କରିଥିବା ଦେଖିବାକୁ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking