27.1 C
Bhubaneswar
Tuesday, May 7, 2024
Homeଓଡିଶାବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା

ବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ଆଜି ରାଜ୍ୟର ୫ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ । ଏହାସହ ଘଡ଼ଘଡ଼ି ମାରିବ । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।
କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁରରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଛି । ତେଣୁ ବର୍ଷା ଯୋଗୁଁ ଆସନ୍ତା ୨ଦିନ ଯାଏଁ ଗଭୀର ସମୁଦ୍ରକୁ ମତ୍ସ୍ୟଜୀବୀମାନଙ୍କୁ ଯିବାକୁ ବାରଣ କରାଯାଇଛି ।
ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ବଲାଙ୍ଗୀର, ବରଗଡ଼ ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି ସହ ଝଡ଼ବର୍ଷା ହେବ । ଏହି ସବୁ ଅଞ୍ଚଳରେ ମଧ୍ୟ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ସେହିପରି ୨୨ତାରିଖ ସକାଳୁ ୨୩ ତାରିଖ ଅପରାହ୍ଣ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହ ଝଡ଼ବର୍ଷା ହେବ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking