31.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଆଜିଠୁ ସଂସଦର ଶୀତ ଅଧିବେଶନ ଆରମ୍ଭ

ଆଜିଠୁ ସଂସଦର ଶୀତ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: ଆଜିଠୁ ସଂସଦର ଶୀତଅଧିବେଶନ । ଆଜିଠୁ ଶୀତଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୨ ତାରିଖ ଯାଏଁ ଚାଲିବ । ଏଥିରେ ମୋଟ ୧୫ଟି ସିଟିଂରେ ୧୯ଟି କାର୍ଯ୍ୟଦିବସ ରହିଛି । ଦୁଇଟି ଆର୍ଥିକ ବିଲ୍ ସହ ଅନ୍ୟାନ ବିଲକୁ ମିଶାଇ ୨୧ଟି ବିଲ୍ ଆଗତ ହେବାକୁ ଯାଉଛି । ଏ ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ୩ଟି ବିଲ୍ ରହିଛି ।

ତେବେ ସଂସଦର ଶୀତ ଅଧିବେଶନରେ ଏଥର ଗୃହ ସରଗରମ ରହିପାରେ । ବିଶେଷ କରି ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ଏଥିକ୍ସ କମିଟି ଲୋକସଭାରେ ନିଜର ରିପୋର୍ଟ ଉପସ୍ଥାପନ କରିପାରେ । ଯାହାକୁ ନେଇ ଗୃହ ସରଗରମ ରହିପାରେ ବୋଲି ଚର୍ଚ୍ଚା ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking