ନୂଆଦିଲ୍ଲୀ: ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ। ଡିସେମ୍ବର ୧୯ ତାରିଖ ଯାଏଁ ଚାଲିବ ଶୀତ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ଆଗାମୀ ଅଧିବେଶନରେ ପ୍ରମୁଖ ଆଇନଗତ କାର୍ଯ୍ୟ ଏବଂ ନୂତନ ବର୍ଷ ପୂର୍ବରୁ ଜାତୀୟ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ହେବାର ଆଶା କରାଯାଉଛି।










