24.1 C
Bhubaneswar
Friday, February 6, 2026
Homeଓଡିଶାଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ, ସିପିଆଇ ଦଳର ନେତା ଏହାକୁ ସମର୍ଥନ କରିଛନ୍ତି । ପରେ ଗୃହରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । ଶୋକ ପ୍ରସ୍ତାବ ପରେ ଗୃହକୁ ମୁଲତବୀ ରଖାଯାଇଛି। ସୂଚନାଥାଉ କି ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା‌ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି। ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ। ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରଶ୍ନର ଜବାବ୍ ଦେବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି । ଏଥିସହ ୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ଧକୁ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରାଯିବ ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking