34.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଏବେ ବିନା କୋଭିଡ ରିପୋର୍ଟରେ କରିହେବ ଦର୍ଶନ

ଏବେ ବିନା କୋଭିଡ ରିପୋର୍ଟରେ କରିହେବ ଦର୍ଶନ

ଭୁବନେଶ୍ୱର: ଆସନ୍ତାକାଲିଠୁ ବିନା କୋଭିଡ ରିପୋର୍ଟରେ କାଳିଆ ଦର୍ଶନ କରିବେ ଭକ୍ତ । ସେଥିପାଇଁ ପୁରୀ ଏସପି, ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଦର୍ଶନ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପୁରୀବାସୀଙ୍କ ପାଇଁ ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା କରାଯାଇଛି । ସକାଳ ୭ଟା ପରେ ସାଧାରଣ ଭକ୍ତମାନେ ମନ୍ଦିରକୁ ଯାଇ ଦର୍ଶନ କରିପାରିବେ । ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଛର୍ମାଲ ସ୍କାନିଂ ଏବଂ ସାନିଟାଇଜ କରିବା ପରେ ସମସ୍ତ ଭକ୍ତ ଦର୍ଶନ କରିବା ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରିବେ । ଥର୍ମାଲ୍ ସ୍କାନିଂରେ ଯାହାର ତାପମାତ୍ରା ୧୦୦ ଫାରେନହାଇଟ ଉପରେ ରହିବ ସେମାନେ ଦର୍ଶରୁ ବଂଚିତ କହିବେ । ଏହାକୁ ବାଦ ଦେଲେ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking