ବାରିପଦା: ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ମାରିଦେଲା ନୃଶଂସ ସ୍ୱାମୀ । ମୟୁରଭଞ୍ଜ ଜିଲ୍ଲାର ବେତନଟୀ ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ୱାମୀର ଠେଙ୍ଗା ମାଡରେ ସ୍ତ୍ରୀ ମୃତ । ପାରିବାରିକ କଳହରୁ ହତ୍ୟା ହୋଇଥିବା ନେଇ ମିଳିଛି ସୂଚନା । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖିଛି । ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପୋଲିସ କରୁଛି ପଚରାଉଚରା । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।









