32.1 C
Bhubaneswar
Friday, April 26, 2024
Homeଓଡିଶାଅନୁଗୁଳହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଅନୁଗୁଳ : ଅନୁଗୁଳ ବ୍ଳକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ(୫୭)ବୋଲି ଜଣାପଡିଛି।ସୂଚନା ମୁତାବକ ବନ୍ତଳା ବନାଞ୍ଚଳର ତଳଗଡ଼ ଗ୍ରାମର ବିଜୁଳି ସାହୁ ଆଜି ସକାଳ ପ୍ରାୟ ୫ଟା ବେଳକୁ ଗାଁ ନିକଟରେ ଥିବା ଆମ୍ବ ବାଡିକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ତେବେ ପୂର୍ବରୁ ସେଠାରେ ଥିବା ଏକ ଦନ୍ତା ହାତୀ ବିଜୁଳିଙ୍କୁ ଆକ୍ରମଣ କରିଥିଲା। ହାତୀଟି ତାଙ୍କୁ ଶୁଣ୍ଢରେ କଚାଡି ଦେବା ସହ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ପକ୍ଷରେ ନିକଟରେ ଥିବା ଏକ ସୋଲାର ତାର ବାଡ଼ରେ ହାତୀଟି ଫସି ରହିଛି। ବନ ବିଭାଗର କର୍ମଚାରୀମାନେ ହାତୀ ଘଉଡାଇବା କାର୍ଯ୍ୟ ଜାରି କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ ୨୯ତାରିଖରେ ମରଣ୍ଡା ଗ୍ରାମର ଝଟକ ବେହେରା ହାତୀ ଆକ୍ରମଣରେ ପ୍ରାଣ ହରାଇଥିଲେ। ଆଜିର ଘଟଣାକୁ ମିଶାଇ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ୧୦ଜଣଙ୍କ ଜୀବନ ଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking