30.5 C
Bhubaneswar
Thursday, June 25, 2026
Homeଓଡିଶାଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା

ଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା

କେନ୍ଦୁଝର: ଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିଥିବା ଡ଼ଅଁର ଗ୍ରାମର ଏବିଡିଓ ଦେବୀ ପ୍ରସାଦ ଜେନାଙ୍କୁ ଗିରଫ କରିଛି ନନ୍ଦିପଦା ପୁଲିସ। ଗତ ଅକ୍ଟୋବର ମାସ ଦୁଇ ତାରିଖ ଦିନ ଦେବୀପ୍ରସାଦ ତାଙ୍କ ପତ୍ନୀ ସୁଦେଷ୍ନାଙ୍କୁ କୁରାଢ଼ିରେ ହାଣି ହତ୍ୟା କରି ଫେରାର ହୋଇ ଯାଇଥିଲେ। ଘଟଣାର ୨୩ ଦିନ ପରେ ଗ୍ରାମବାସୀଙ୍କ ସହଯୋଗରେ ପୁଲିସ ତାକୁ ଗିରଫ କରିବାରେ ସଫଳ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦେବୀ ପ୍ରସାଦ ବାବାଜୀ ବେଶରେ ଏକ ସାଇକେଲ ଯୋଗେ ଗାଁ ଭିତରକୁ ଯିବାବେଳେ କିଛି ଯୁବକ ଦେଖି ପୁଲିସକୁ ଖବର ଦେଇଥିଲେ। ନନ୍ଦିପଦା ଥାନା ପୁଲିସ ତୁରନ୍ତ ଗାଁରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ତାକୁ ଶାଳଣିଆ ମେଡିକାଲକୁ ନେଇ ଡାକ୍ତରୀ ପରୀକ୍ଷା କରାଇବା ପରେ କୋର୍ଟ ଚାଲାଣ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking