40.1 C
Bhubaneswar
Thursday, April 25, 2024
Homeଅପରାଧପରକୀୟା ପ୍ରୀତି ସନ୍ଦେହରେ ମହିଳାଙ୍କୁ ହତ୍ୟା

ପରକୀୟା ପ୍ରୀତି ସନ୍ଦେହରେ ମହିଳାଙ୍କୁ ହତ୍ୟା

ଭଦ୍ରକ: ଧାରୁଆ ମାରଣାସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଛି । କୁରାଢ଼ୀ ସାହାଯ୍ୟରେ ଅତି ନୃଶଂସ ଭାବେ ମହିଳାଙ୍କ ମୁଣ୍ଡକୁ ଛେଚି ହତ୍ୟା କରାଯାଇଛି । ମୃତ ମହିଳା ଜଣଙ୍କ ହେଲେ ଛବିଲତା ସାହୁ । ପରକୀୟା ପ୍ରୀତି ସନ୍ଦେହରେ ସ୍ୱାମୀ ଏଭଳି ଅମାନୁଷିକ ଭାବେ ସ୍ତ୍ରୀକୁ ମାରିଥିବା ସନ୍ଦେହ କରାଯାଉଛି । ସୂଚନା ଅନୁଯାୟୀ, ଭଦ୍ରକ ଗ୍ରାମାଞ୍ଚଳ ଥାନା କାଉପୁର ପଞ୍ଚାୟତ ଏଡା ଦେଇ ଗ୍ରାମର ଗୋବିନ୍ଦ ସାହୁ ଓ ତାଙ୍କ ସ୍ତ୍ରୀ ଛବି ଲତା ଏକାକୀ ରହୁଥିଲେ । ତାଙ୍କର ଦୁଇ ପୁଅ ବାହାର ରାଜ୍ୟରେ ଘରୋଇ କମ୍ପାନିରେ ରହି କାମ କରୁଛନ୍ତି । କିନ୍ତୁ ଗତକାଲି ରାତିରେ କୌଣସି ଘଟଣାକୁ ନେଇ ଉଭୟ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଝଗଡା ଲାଗିବା ପରେ ସ୍ୱାମୀ କୁରାଢ଼ୀରେ ସ୍ତ୍ରୀର ମୁଣ୍ଡକୁ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି । ସ୍ତ୍ରୀର ମୃତ ଶରୀର ଘର ଭିତରେ ପଡ଼ିଥିବା ବେଳେ ପରକୀୟା ପ୍ରୀତି ଯୋଗୁଁ ଏଭଳି ଅଭାବନୀୟ ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ତଦନ୍ତ ପରେ ଏହି ଅମାନୁଷିକ ହତ୍ୟା ଘଟଣାର ସ୍ପଷ୍ଟ ସୂଚନା ଆସିବ ବୋଲି ଜଣାପଡିଛି । ଏହି ଘଟଣାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପୋଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ବୋଲି ଗ୍ରାମାଞ୍ଚଳ ଥାନା ଅଧିକାରୀ ଆଲୋକ ଜେନା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking