ସୁନ୍ଦରଗଡ: ବିଲରୁ ମହିଳାଙ୍କ ମୃତଦେହ ଉଦ୍ଧାର । ଗାଁ ପୋଖରୀ ନିକଟ ଏକ ବିଲରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁସାରେ, ସୁନ୍ଦରଗଡ ଟାଉନ ଥାନା ଶଙ୍କରା ଗଉଡପଡା ଗାଁ ନିକଟରେ ଥିବା ଏକ ବିଲରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ତାଙ୍କ ମୁହଁ ଓ ଶରୀର ଅନେକ ସ୍ଥାନରେ ଗଭୀର କ୍ଷତ ରହିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।










