33.1 C
Bhubaneswar
Monday, May 20, 2024
Homeରଥଯାତ୍ରା-୨୦୨୩ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ତିନି ରଥରେ ’ଛେରାପହଁରା’ ନୀତି ସମାପନ କରିବେ ଗଜପତି ମହାରାଜା

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ତିନି ରଥରେ ’ଛେରାପହଁରା’ ନୀତି ସମାପନ କରିବେ ଗଜପତି ମହାରାଜା

ପୁରୀ:  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର ।  ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳିନ ହେଉଥିବାରୁ ବଡ଼ଦାଣ୍ଡରେ ଲକ୍ଷାଧିକ ଲୋକଙ୍କ ଜନସମାଗମ । ତେବେ ଆଜି ସକାଳୁ ତିନି ଠାକୁର ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହେବା ପରେ ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ । ମହାପ୍ରଭୁଙ୍କୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିବା ପରେ ରଥ ଉପରେ ’ଛେରାପହଁରା’ ନୀତି କରୁଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସୁବର୍ଣ୍ଣଚାମର ଧରି ’ଛେରାପହଁରା’ କରୁଛନ୍ତି ଗଜପତି ମହାରାଜା । ଗଜପତି ମହାରାଜା ପ୍ରଥମେ ତାଳଧ୍ୱଜ ରଥରେ ଛେରାପହଁରା କରିବା ପରେ ସୁଭଦ୍ରାଙ୍କ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋଷ ରଥକୁ ଯାଇ ଛେରାପହଁରା ନୀତି ସମାପନ କରିବେ ।

ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି । ଏହି ରଥ ଯାତ୍ରା ର ନାମ କରଣ ର ମଧ୍ଯ କିମ୍ବଦନ୍ତୀ ଅଛି l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking