33.2 C
Bhubaneswar
Friday, June 19, 2026
Homeଓଡିଶାମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ...

ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡିଆଠାରେ ଏବଂ କଳିଙ୍ଗ ହସ୍ପିଟାଲ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋଟପାଡ଼ ବିଧାୟକ ଶ୍ରୀ ରୁପୁ ଭତ୍ରା, ପୂର୍ବତନ ବିଧାୟକ ଶ୍ରୀ ଅରବିନ୍ଦ ଢ଼ାଲି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ ବେହେରା, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶହୀଦଙ୍କ ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଶବରୀ ସାଂସ୍କୃତିକ ସଂସଦର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking