24.4 C
Bhubaneswar
Tuesday, April 7, 2026
Homeଓଡିଶାନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ

କଟକ: ରାଜ୍ୟକୁ ମିଳିଛି ନୂଆ ଡିଜିପି। ପୁଲିସ ମହାନିର୍ଦେଶକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଓ୍ୱାଇ ବି ଖୁରାନିଆ। ଅପରାହ୍ନରେ ପୁଲିସ ମୁଖ୍ୟାଳୟରେ ଖୁରାନିଆଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି କାମଚଳା ଡିଜିପି ଅରୁଣ ଷଡଙ୍ଗୀ। ଡିଜିପି ଶ୍ରୀ ଖୁରାନିଆ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀଗଣ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ। ପରେ ତାଙ୍କୁ “ଗାର୍ଡ ଅଫ୍ ଅନର” ପ୍ରଦାନ କରାଯାଇଥିଲା । ପରେ ଡିଜିପି ଶ୍ରୀ ଖୁରାନିଆ ଶହିଦ ସ୍ମୃତିସ୍ତମ୍ଭ ଠାରେ ମାଲ୍ୟାର୍ପଣ କରି ଶହିଦଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ ।

ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଶ୍ରୀ ଖୁରାନିଆ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି । ପୋଲିସର ମୁଖିଆ ଭାବେ ଦାୟିତ୍ଵ ଗ୍ରହଣ କରି ନିଜକୁ ଗୌରବାନ୍ଵିତ ମନେ କରିବା ସହ ରାଜ୍ୟବାସୀଙ୍କୁ ଉନ୍ନତ ମାନର ପୋଲିସ ସେବା ଯୋଗାଇବା ସବୁଠୁ ବଡ କର୍ତ୍ତବ୍ୟ ବୋଲି ମତବ୍ୟକ୍ତ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ ଆହ୍ଵାନ କ୍ରମେ,ଥାନାରେ କାର୍ଯ୍ୟରତ କର୍ମଚାରୀ ଏବଂଥାନାକୁ ଅଭିଯୋଗ କରିବାକୁ ଆସୁଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ଉପରେ ସେ ଗୁରୁତ୍ଵାରୋପ କରାଯିବ ବୋଲି ଡିଜିପି ଶ୍ରୀ ଖୁରାନିଆ କହିଥିଲେ । ବିଗତ ଦିନରେ ଓଡିଶା ପୋଲିସ ମାଓବାଦୀ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ବୋଲି କହିବା ସହ ଲଢେଇରେ ଶହୀଦ ଯବାନ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶାନ୍ତି ଶୃଙ୍ଖଳା ରକ୍ଷା,ଅପରାଧ ଦମନ, ଅପରାଧ ନିରାକରଣ ଉପରେ ଗୁରୁତ୍ଵ ଦିଆଯିବ । ସମାଜର ଦୁର୍ବଳ ବର୍ଗ, ଶିଶୁ ଓ ମହିଳା ଅନୁସୂଚିତ ଜାତି ଓ ଜନଜାତିଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ ଅପରାଧ ଉପରେ ସ୍ଵତନ୍ତ୍ର ଧ୍ୟାନ ଦେବେ ବୋଲି ଡିଜିପି ଶ୍ରୀ ଖୁରାନିଆ କହିଥିଲେ । ସାଂପ୍ରତିକ ପରିସ୍ଥିତିରେ ବଢି ଚାଲିଥିବା ସାଇବର ଅପରାଧକୁ ସଫଳତାର ସହ ମୁକାବିଲା କରିବା ପାଇଁ ସ୍ଵତନ୍ତ୍ର ପଦକ୍ଷପ ନିଆଯିବ ବୋଲି ଡିଜିପି ଶ୍ରୀ ଖୁରାନିଆ କହିଥିଲେ । ଆଗାମୀ ଦିନରେ ମାଦକ ଦ୍ରବ୍ଯର ପ୍ରସାର ଏବଂ ଅପରାଧ ଉପରେ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବୋଲି ସେ କହିଥିଲେ । ଜନସାଧାରଣଙ୍କ ଶ୍ରଦ୍ଧାଭାଜନ ହେବା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିବା ବୋଲି ଡିଜିପି ଶ୍ରୀ ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ।

ସୂଚନାଯୋଗ୍ୟଯେ ୧୯୯୦ ବ୍ୟାଚର ଆଇ.ପି.ଏସ୍ ଅଧିକାରୀ ଶ୍ରୀ ଖୁରାନିଆ ହରିୟାନା ରାଜ୍ୟର ମୂଳବାସିନ୍ଦା ଅଟନ୍ତିତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର) ରେ କାର୍ଯ୍ୟ କରିଥିଲେ । ଏହାସହ ସେ ଅତିରିକ୍ତ ପୋଲିସ କମିଶନର ଭାବେ କଟକ-ଭୁବନେଶ୍ବର କମିଶନରେଟ ଦାୟିତ୍ଵ ନେଇଥିଲେ । ଏହାପରେ ସେ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର) ରେ କାର୍ଯ୍ୟ କରିଥିଲେ । ସେହିପରି ଆଇ.ଜି.ପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇ.ଜି.ପି (ଏସଏପି), ଆଇ.ଜି.ପି (ଅପରେସନ), ବିପିଏସପିଏ ରେ ଆଇ.ଜି.ପି (ଟ୍ରେନିଂ), ଆଇ.ଜି.ପି (କ୍ରାଇମବ୍ରାଞ୍ଚ), ଆଇ.ଜି.ପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ । ଏ

ହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଙ୍ଗ) ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ । ସେ ମଧ୍ୟ ପୋଲିସ କମିଶନର (ଭୁବନେଶ୍ବର-କଟକ) ଭାବେ ସଫଳତାର ସହ କାର୍ଯ୍ୟ କରିଥିଲେ । ପରେ ସେ କେନ୍ଦ୍ରକୁ ଡେପୁଟେସନରେ ଯାଇ ବିଏସଏଫର ବିଭିନ୍ନ ଉଚ୍ଚ ପଦପଦବୀରେ ଅବସ୍ଥାପିତ ଥିଲେ । ପରେ ୨୦୨୩ ମସିହା ଜୁନ ମାସରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀ ସ୍ଥିତ ବିଏସଫ ମୁଖ୍ୟାଳୟଠାରେ ସ୍ଵତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ । ଡିଜିପି ଶ୍ରୀ ଖୁରାନିଆଙ୍କ ଦାୟିତ୍ୱ ଗ୍ରହଣ ସମୟରେ ରାଜ୍ୟ ପୋଲିସ ବିଭାଗର ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ ପୋଲିସ ମୁଖ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking