27.1 C
Bhubaneswar
Saturday, June 22, 2024
Homeଓଡିଶାକାଳବୈଶାଖୀର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷ ସମ୍ଭାବନା

କାଳବୈଶାଖୀର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷ ସମ୍ଭାବନା

ଭୁବନେଶ୍ୱର : ଉପକୂଳ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଗାମୀ ୨୪ ଘଣ୍ଟା ଭିତରେ ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏବଂ ୧୩ ତାରିଖ ଯାଏଁ ଅନେକ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେପଟେ ମୈାସୁମୀ ବାୟୁ ଓଡିଶା ଛୁଇଁଥିଲେ ମଧ୍ୟ ଏବେବି ଗରମ ଓ ଗୁଳୁଗୁଳି ଅନୂଭୂତ ହେଉଛି । ଏହାସହ ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାର ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ପର‌୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ । ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି । ତେବେ ଆହୁରି ୪ ଦିନ ପର‌୍ୟ୍ୟନ୍ତ ଏପରି ସ୍ଥିତି ଲାଗି ରହିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking