27.1 C
Bhubaneswar
Friday, May 10, 2024
Homeଓଡିଶାଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ନେଇ ୱେଲୋ ଓ୍ଵାର୍ଣ୍ଣିଂ ଜାରି

ଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ନେଇ ୱେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର : ଜୁନ୍‌ ୭ରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଫଳରେ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଏବେ ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶା ଜଳୁଥିବା ବେଳେ ମୌସୁମୀର ଶୀଘ୍ର ଆଗମନ ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି କରିଛି । ଆଗକୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ଜାରି ରହିବ । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । କେନ୍ଦୁଝରଳ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କଟକ ପାଇଁ ୱେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking