34.1 C
Bhubaneswar
Friday, June 28, 2024
Homeଓଡିଶା୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି

୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ତେବେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

 

 

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking