34.1 C
Bhubaneswar
Friday, March 29, 2024
Homeଓଡିଶାବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିବ ବର୍ଷା । ୨୭ ତାରିଖରୁ ବଢିବ ବର୍ଷାର ବିସ୍ତୃତ । ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବିଜୁଳି ଓ ଘଡ଼ଘଡ଼ି ପାଇଁ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଓ ୨୬ ତାରିଖରେ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କିନ୍ତୁ ୨୭ ତାରିଖରୁ ବଢିବ ବର୍ଷାର ପରିମାଣ ।

ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲା କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ସେପ୍େଟମ୍ବର ୨୪ତାରିଖ ମଧ୍ୟରେ ୧୧୬୮.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବୃଷ୍ଟିପାତ ୧୧୨୦.୩ ମିମି ଠାରୁ ୪ ପ୍ରତିଶତ ଅଧିକ । ୫ଟି ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking