27.1 C
Bhubaneswar
Tuesday, May 21, 2024
Homeଓଡିଶାଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଆହୁରି ୪ ଦିନ କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଲଗାତାର କାଳବୈଶାଖୀ ବର୍ଷା ଯୋଗୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା କମିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପବନ ଜାରି ରହିଛି । ଆସନ୍ତା ୫ ଦିନ ଯାଏ ଏଭଳି ପାଗ ରହିବ । ଆସନ୍ତା ୩-୪ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲି ସକାଳ ସାଢ଼େ୮ଟାରୁ ୧୧ତାରିଖ ସକାଳ ସାଢ଼େ ୧୧ଟା ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା, ପବନ ଓ ବଜ୍ରପାତ ନେଇ ୪ଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲା ମୟୁରଭଞ୍ଜ, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଟ୍ୱିନସିଟିରେ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ ପାରଦ । ଅପରାହ୍ନରେ ଘଡଘଡି ସହିତ ବର୍ଷା ହେବ ତା ସାଙ୍ଗକୁ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହୁଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।  ଆଜିଠୁ ୧୨ ତାରିଖ ଯାଏ ଉତ୍ତର ଉପକୂଳ ସଂଲଗ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡିଶାରେ ୧୦, ୧୨ ଓ ୧୪ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଦକ୍ଷିଣ ଆଭ୍ୟନ୍ତରରେ ୧୨ ଯାଏ ଓ ଉତ୍ତର ଆଭ୍ୟନ୍ତରରେ ୧୩ ଯାଏ ହାଲୁକା ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରରେ ବୌଦ୍ଧ, ନୂଆପଡା, ସୋନପୁର, ବଲାଙ୍ଗୀର, କଳାହାଣ୍ଡିରେ ୧୧ରୁ ତାତି ବଢିବ । ଏଠାରେ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ମାଛ ଧରିବା ପାଇଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସକାଳେ ଖରା ଅପରାହ୍ନରେ  କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking