32.1 C
Bhubaneswar
Wednesday, September 18, 2024
Homeଓଡିଶାପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଝାଡଖଣ୍ଡ ଓ ଉତ୍ତର ଓଡ଼ିଶା ବାୟୁମଣ୍ଡଳର ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଏହି ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସୋନପୁର ଓ ବଲାଙ୍ଗୀରରେ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଶୁକ୍ରବାର ଅର୍ଥାତ୍ ୯ ତାରିଖରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଓ ଦେବଗଡ଼। ଆଉ କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଛେଚୁଛି। ଲଗାଣ ବର୍ଷା ଯୋଗୁଁ ବୌଦ୍ଧ, ଖୋର୍ଦ୍ଧା, ନବରଙ୍ଗପୁର ଇତ୍ୟାଦି ଅନେକ ଜିଲ୍ଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। କେଉଁଠି ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି ତ ଆଉ କେଉଁଠି ଡାକ୍ତରଖାନାରେ ପାଣି ପଶିଲାଣି । ରାସ୍ତା ଉପରେ ପାଣି ଚାଲିବା ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking