33.8 C
Bhubaneswar
Tuesday, August 4, 2026
Homeଓଡିଶାବର୍ଷା ନେଇ ରାଜ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷା ନେଇ ରାଜ୍ୟରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଜାରି ରହିବ ବର୍ଷାର ପ୍ରଭାବ । ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଟ୍ୱିନ୍ ସିଟି ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୧୭ଟି ଜିଲ୍ଲା ଏବଂ ୬ ତାରିଖ ପାଇଁ ସମଗ୍ର ଓଡ଼ିଶାରେ ୟେଲୋ ଆଲର୍ଟ ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ପାଣିପାଗ ପରିବର୍ତ୍ତନର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସତର୍କ ତାଲିକାରେ ରହିଛି ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକ ସମେତ କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼ ଓ କେନ୍ଦୁଝର ଭଳି ଜିଲ୍ଲା । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତ ସମୟରେ ସତର୍କ ରହିବା ସହ ଆବଶ୍ୟକ ନଥିଲେ ଘରୁ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଆସନ୍ତାକାଲି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ଏହାସହ ଅଗଷ୍ଟ ୬ ତାରିଖରେ ସାରା ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଏବଂ ରାସ୍ତାରେ ପାଣି ଜମିବା ଭଳି ସମସ୍ୟା ଦେଖାଦେଇପାରେ । ତେଣୁ ଜିଲ୍ଲା ପ୍ରଶାସନକୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking