28.1 C
Bhubaneswar
Friday, September 27, 2024
Homeଓଡିଶା୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ବର୍ଷା ନେଇ ଚେତାବନୀ ଦିଆଯାଇଛି । ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, କଟକ, ମୟୂରଭଞ୍ଜ, ଦେବଗଡ, ସମ୍ବଲପୁର,କେନ୍ଦୁଝର, ବରଗଡ, ସୁନ୍ଦରଗଡ ଏବଂ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୨୬ ତାରିଖରେ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଭଦ୍ରକ, ବାଲେଶ୍ୱର ଓ ସଂଲଗ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ଏସବୁ ସ୍ଥାନରେ ତିନି ଦିନରେ ମୋଟ ୮୦ ମିମିରୁ ଅଧିକ ବର୍ଷା ହୋଇପାରେ । ୨୭ ତାରିଖ ଯାଏ ବର୍ଷା ଜାରି ରହିବ । ଗଞ୍ଜାମ, ନୟାଗଡ଼, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ତିନି ଦିନରେ ୨୫ରୁ ୩୦ମିମି ବର୍ଷା ହୋଇପାରେ । ଏହି ଲଘୁଚାପ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଦେଇ ଅତିକ୍ରମ କରିବ । ଅକ୍ଟୋବର ୧ ତାରିଖ ସୁଦ୍ଧା ଏହା ଝାଡ଼ଖଣ୍ଡ ଉପରେ ରହିବ । ଆସନ୍ତା ୧ ତାରିଖରୁ ୩ ତାରିଖ ଭିତରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ଦେବଗଡ଼ ଓ ସମ୍ବଲପୁର ଭଳି ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking