32.1 C
Bhubaneswar
Saturday, September 28, 2024
Homeଓଡିଶା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ: ୟେଲୋ ୱାର୍ଣ୍ଣିଂ ଜାରି

 ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତିରେ ସିଝିବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରିଖ ଗୁରୁବାର ଅପରାହ୍ନ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking