31.1 C
Bhubaneswar
Tuesday, May 7, 2024
Homeଓଡିଶା୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ଆସନ୍ତାକାଲି ଯାଏଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଜିଲ୍ଲା ସାମିଲ ରହିଛି । ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହା ସହ ଗୋଟିଏ କି ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking