34.1 C
Bhubaneswar
Friday, March 29, 2024
Homeଓଡିଶା୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଥିବା ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସତର୍କବାଣୀ ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି । ଉପଗୂଳ ସହ ୫ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୫ଟି ଜିଲ୍ଲା ହେଉଛି ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ ।

ସେହିପରି ଅକ୍ଟୋବର ୨୦ରୁ ୨୧ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲାକାନଗିରି, କୋରାପୁଟ, ରାୟଗଡ, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୨୧ରୁ ୨୨ ତାରିଖ ପାଇଁ ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି । ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ସେହି ୭ଟି ଜିଲ୍ଲା ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking