41.1 C
Bhubaneswar
Sunday, April 28, 2024
Homeଓଡିଶା୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କାଲି ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଜିଲ୍ଲା ଏହା ଭିତରେ ସାମିଲ ରହିଛି । ଏହି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି । ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ପ୍ରବାହ ଏବେ ବି ଜାରି ରହିଛି । ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ, ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ ହୋଇଛି । ଆଗାମୀ ୪ରୁ ୫ ଦିନ ମଧ୍ୟରେ ଏହା ଅଧିକ ଚିହ୍ନିତ ଏବଂ ଘନୀଭୂତ ହୋଇ ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking