31.1 C
Bhubaneswar
Wednesday, May 8, 2024
Homeଓଡିଶା୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ ଜିଲ୍ଲା ସାମିଲ ରହିଛି । ଏଥିସହିତ ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏବେ ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୩୫ଡିଗ୍ରି ସେଲସିୟସ ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯ଡିଗ୍ରି ତାପମାତ୍ରା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking