29.1 C
Bhubaneswar
Thursday, May 23, 2024
Homeଓଡିଶା୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ଜନସାଧାରଣଙ୍କୁ କୁହାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି । ତେଣୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗତକାଲି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ମୌସୁମୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା । ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହୋଇଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking