34.1 C
Bhubaneswar
Saturday, May 18, 2024
Homeଓଡିଶା୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ବାଂଲାଦେଶ ତଥା ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଂଚଳରେ ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆଗାମୀ ୪୮ ଘଂଟାରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ଯୋଗୁଁ କିଛି ସ୍ଥାନରେ ତଥା ତଳିଆ ଅଂଚଳରେ ସାମୟିକ ଜଳବନ୍ଦୀ ସୃ୍ଷ୍ଟି ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking