37.1 C
Bhubaneswar
Sunday, April 28, 2024
Homeଓଡିଶା୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ୧୧ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ଝାଡ଼ସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।।

ତେବେ ଅଗଷ୍ଟ ପହିଲାରୁ ବର୍ତ୍ତମାନ ଯାଏ ରାଜ୍ୟରେ ୫୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ତେବେ ଲଘୁଚାପ ଆସିବା ଚାଷୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ଅନେକ ସ୍ଥାନରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଲଘୁଚାପକୁ ନେଇ ଚାଷୀଙ୍କ ଆଶା ବଢ଼ିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking