31.1 C
Bhubaneswar
Wednesday, May 8, 2024
Homeଓଡିଶା୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।  ସେହି ଜିଲ୍ଲାଗୁଡିକ ହେଲା, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଉ ଏହାର ପ୍ରଭାବରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩୦ ଓ ୩୧ ତାରିଖ ସୁଦ୍ଧା ବର୍ଷାର ପରିମାଣ ସାମାନ୍ୟ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking