29.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ଯାଏଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି, ବଲାଙ୍ଗୀର, ଗଂଜାମ, ସୋନପୁର । ଏହି ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ସୂତନା ଦିଆଯାଇଛି । ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାର ଠାରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଲମ୍ବିଛି । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟେରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking