ଯାଜପୁର: ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି । ଦୁଇ ଦିନ ପୂର୍ବରୁ ଯୁବତୀଙ୍କ ମାଆଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ମାଆଙ୍କ ମୃତ୍ୟୁ ପରେ ଅସହାୟ ଓ ଧୈର୍ଯ୍ୟହରା ହୋଇ ଝିଅ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ଏହି ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।










