ଭୂବନେଶ୍ୱର: ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଶାଳୀନ ମନ୍ତବ୍ୟ ମହଙ୍ଗା ପଡିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ଅଶ୍ଳୀଳ ଓ ଆପତ୍ତିଜନକ ପୋଷ୍ଟ କରି ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଇଚ୍ଛାପୁର ଗାଁର ସୁଶାନ୍ତ କୁମାର ଦାସ। ସୁଶାନ୍ତ ମୁଖ୍ୟମନ୍ତ୍ରୀଙ୍କ ନାମରେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଆପତ୍ତିଜନକ ପୋଷ୍ଟ କରିଥିଲେ ।ଏନେଇ ବିଜେପି କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। କଳିଗାଁର କହେଁଇ ଚରଣ ଦାସ ଥାନାରେ ଏକ ଅଭିଯୋଗ ଦାଖଲ କରିଥିଲେ। ପୋଲିସ ତୁରନ୍ତ ଏକ ମାମଲା ରୁଜୁକରି ଅଭିଯୁକ୍ତ ସୁଶାନ୍ତ ଦାସକୁ ଗିରଫ କରି କୋର୍ଟ ଚାଲାଣ କରିଛି।










