29.1 C
Bhubaneswar
Friday, May 30, 2025
Homeଓଡିଶାଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର: ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ମୃତକ ଜଣକ ହେଉଛନ୍ତି ବେଲଗୁଣ୍ଠା ପେଣ୍ଠ ସାହିର କାହ୍ନା କୁମାର ପରିଡା(୨୩) । ଗତକାଲି ରାତିରେ ସେ ସବୁଦିନ ଭଳି ଖାଇପିଇ ଘରେ ଶୋଇବାକୁ ଯାଇଥିଲେ । ହେଲେ ବିଳମ୍ବିତ ରାତିରେ ସେ ବାରମ୍ବାର ବାନ୍ତି କରିବା ଦେଖି ପରିବାର ଲୋକେ ତାଙ୍କୁ ତୁରନ୍ତ ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ହେଲେ ସେଠାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହୋଇଥିଲା । ପରିବାର ଲୋକ ଏହା ଦେଖି ତାଙ୍କୁ ସେଠାରୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଭଞ୍ଜନଗର ମେଡିକାଲରେ କାହ୍ନା ପରିଡାଙ୍କ ମୃତ୍ୟୁ ଘଟିଛି । ଏ ସମ୍ପର୍କରେ ସୂଚନା ପାଇ ବେଲଗୁଣ୍ଠା ଥାନା ଅଧିକାରୀ ପ୍ରକାଶ ଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶ କ୍ରମେ ବେଲଗୁଣ୍ଠା ପୁଲିସ ଭଞ୍ଜନଗର ମେଡିକାଲରେ ପହଞ୍ôଚ ଶବକୁ ଜବତ କରିଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ଏନେଇ ବେଲଗୁଣ୍ଠା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ କରାଯାଇଥିବା ଥାନା ଅଧିକାରୀ ପ୍ରକାଶ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking